ମାଲକାନଗିରିରୁ ପୁଣି ୪ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୨୯୬କୁ ବୃଦ୍ଧି

ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୬କୁ ବୃଦ୍ଧି ପାଇଛି।

ଆଜି ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ମାଲକାନଗିରି ପୌର ପରିଷଦ ଅଞ୍ଚଳର ବୋଲି ଜଣାପଡ଼ିଛି। ସମସ୍ତେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବାବେଳେ କଣ୍ଟାକ୍ଟ ଟ୍ରେସିଙ୍ଗ ଜାରି ରହିଥିବା ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଟ୍ୱିଟ କରି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୬ରେ ପହଞ୍ଚିଛି। ସେଥିମଧ୍ୟରୁ ୧୭୦ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି ଓ ୧୨୬ ଜଣ ଚିକିତ୍ସାଧୀନ ଅଛନ୍ତି ।