ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଉ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ଜଣ ଯାକ କ୍ୱାରେଣ୍ଟାଇନରୁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ବୋମିଖାଲରୁ ୩ଜଣ ଓ ନୟାପଲ୍ଲୀରୁ ଜଣେ ରହିଥିବା ଜଣାପଡ଼ିଛି। ଅନ୍ୟପଟେ ୧୦ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
