ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ପୁଣି ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ୪ ଜଣ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬ରେ ପହଞ୍ଚିଛି।
ମୃତକମାନଙ୍କ ମଧ୍ୟରେ ଜଣେ ୪୧ ବର୍ଷୀୟ ବ୍ୟକ୍ତି ସେ ପୂର୍ବରୁ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ। ସେହିପରି ୨ ଜଣ ୪୮ ବର୍ଷ ଓ ୩୨ ବର୍ଷର ପୁରୁଷଙ୍କ କରୋନାରେ ମୃତ୍ୟୁ ହୋଇଥିବା ବେଳେ ତାଙ୍କର ପୂର୍ବରୁ ଡାଇବେଟିସ ଥିଲା। ଅନ୍ୟଜଣେ ୫୮ ବର୍ଷର ପୁରୁଷଙ୍କର ମଧ୍ୟ କରୋନାରେ ମୃତ୍ୟୁ ହୋଇଛି। ତେବେ ଚିକିତ୍ସିତ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।