ରାଜଧାନୀରେ ୪ ନୂଆ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୩୨ହଜାର ୧୦୪କୁ ବୃଦ୍ଧି

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀରେ ଆଉ ୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୧୦୪କୁ ବୃଦ୍ଧି ପାଇଛି। ଅନ୍ୟପଟେ ୬ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୪ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୧୦୪ ହୋଇଥିବାବେଳେ ୩୧ହଜାର ୭୪୮ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୫୦ଜଣଙ୍କର ମୃତ୍ୟୁ ଘଟିଛି ଓ ୮୫ଜଣ ଚିକିତ୍ସିତ ହେଉଛନ୍ତି।