ନୂଆପଡ଼ା ଓ ବଲାଙ୍ଗିର ପାଇଁ ୪ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି

ସଇଁନ୍ତଳା,ଏନ୍ଏନ୍ଏସ୍: ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି। ନୂଆପଡ଼ାଠାରେ ଆୟୋଜିତ ସଭାରେ ବହୁ ପ୍ରତିକ୍ଷୀତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପଣ ସହ ପାନୀୟ ଜଳ, ରାସ୍ତା ଓ ଦକ୍ଷତା ବିକାଶ କେନ୍ଦ୍ର ଭଳି ୭୫୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି। ୬୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଦ୍ୱାରା ନୂଆପଡ଼ାରେ ୧୩ ହଜାର ୧୯୧ ହେକ୍ଟର ଓ ବଲାଙ୍ଗିରରେ ୧ହଜାର ୬୭୦ ହେକ୍ଟର ଜମି ଜଳସେଚିତ ହେବ । ଏଥିସହିତ ନବୀନଙ୍କ ନୂଆପଡ଼ା ଗସ୍ତ ଅବସରରେ ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲା ପାଇଁ ୪ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି।