ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ସର୍ବାଧିକ ୪୦ଜଣ କରୋନା ଯୋଗୁ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୮୩୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ଅନୁଗୁଳ, କଟକ, କଳାହାଣ୍ଡି ଓ ଖୋର୍ଦ୍ଧାରୁ ୫, ଝାରସୁଗୁଡ଼ାରୁ ୪, ବୌଦ୍ଧ ଓ ରାୟଗଡ଼ାରୁ ୩ ଲେଖାଏଁ, ଦେବଗଡ଼, ନବରଙ୍ଗପୁର ଓ ସମ୍ବଲପୁରରୁ ୨ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ମାଲକାନଗିରିରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପ ଆଦି ରୋଗରେ ପୀଡ଼ିତ ଥିଲେ।