କରୋନା ନେଲା ଆଉ ୪୧ ଜୀବନ: ସଂଖ୍ୟା ୩ ହଜାର ଟପିଲା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୪୧ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୩,୦୩୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬, ସୁନ୍ଦରଗଡ଼ରୁ ୪, ପୁରୀ ଓ ଗଞ୍ଜାମରୁ ୩ ଲେଖାଏଁ, ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗଡ଼ା, ମୟୁରଭଞ୍ଜ, ସମ୍ବଲପୁର, ସୁବର୍ଣ୍ଣପୁରରୁ ୨ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼, ଦେବଗଡ଼ ଓ ଢେଙ୍କାନାଳରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।