ରାଜଧାନୀରେ ୪୧୭ ନୂଆ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୯୦,୨୨୨କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ଆଜି ଆଉ ୪୧୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୦ଜଣ ଓ ସ୍ଥାନୀୟ ସଂକ୍ରମଣ ୨୮୭ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ହଜାର ୨୨୨କୁ ବୃଦ୍ଧି ପାଇଛି। ଅନ୍ୟପଟେ ୩୭୬ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ୨୨୨ ହୋଇଥିବାବେଳେ ୮୮ହଜାର ୪୦୪ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୪୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୩୪୭ ଜଣ ଚିକିତ୍ସିତ ହେଉଛନ୍ତି।