ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ଶିଖରସ୍ତର ଦେଇ ଗତି କରୁଛି। ଧୀରେ ଧୀରେ ରାଜ୍ୟରେ ତିନି ହଜାର ମୁହାଁ ହେଲାଣି ମୋଟ କରୋନା ମୃତକଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ପୁଣି ୪୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି।
ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ ଓ ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ଼, କଳାହାଣ୍ଡି, ଝାରସୁଗୁଡାରୁ ୩ ଜଣ ଲେଖାଏଁ ରହିଛନ୍ତି। ସେହିପରି ଗଜପତି, ଜଗତସିଂହପୁର, ମୟୂରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଜଣ ଲେଖାଏଁ ଏବଂ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।