କରୋନାରେ ଆଖି ବୁଜିଲେ ଆଉ ୪୨

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୪୨ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୩,୫୫୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ଭୁବନେଶ୍ୱର, ପୁରୀ, ସୁନ୍ଦରଗଡ଼, ଝାରସୁଗଡ଼ା ଓ କଟକରୁ ୪ ଲେଖାଏଁ, କେନ୍ଦ୍ରାପଡ଼ା, କୋରାପୁଟ ଓ ବରଗଡ଼ରୁ ୩ ଲେଖାଏଁ, ଅନୁଗୁଳ, ଖୋର୍ଦ୍ଧା, ମାଲକାନଗିରି, ମୟୁରଭଞ୍ଜ, ନୂଆପଡ଼ାରୁ ୨ଲେଖାଏଁ, କଳାହାଣ୍ଡି, ରାୟଗଡ଼ା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।