ଆଜି ସର୍ବାଧିକ ୪୨ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୪୨ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୮୭୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୫, କଟକ ଓ କଳାହାଣ୍ଡିରୁ ୪ ଲେଖାଏଁ, ବୌଦ୍ଧ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ରାୟଗଡ଼ା, ବଲାଙ୍ଗିର ଓ ଦେବଗଡ଼ରୁ ୨ ଲେଖାଏଁ, ବରଗଡ଼, ଭଦ୍ରକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।