କୋରାପୁଟ ଜିଲ୍ଲାରେ ୪୨ ପଜିଟିଭ ଚିହ୍ନଟ

କୋରାପୁଟ,ଏନ୍ଏନ୍ଏସ୍ : ସୋମବାର କୋରାପୁଟ ଜିଲ୍ଲାରେ ୧୪ ମହିଳାଙ୍କ ସମେତ ୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୧୩ରେ ପହଞ୍ଚିଛି। ୪୨ ଆକ୍ରାନ୍ତଙ୍କ ମଧ୍ୟରୁ ୬ଜଣ ଟିଏମସିର ଓ ୧୩ଜଣ ହୋମ୍ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୨୩ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଥିବା ଜଣାପଡିଛି।