ଝାରସୁଗୁଡାରେ ପୁଣି ୪୨ ପଜିିଟିଭ ଚିହ୍ନଟ

ଝାରସୁଗୁଡା,ଏନ୍ଏନ୍ଏସ୍: ଝାରସୁଗୁଡା ଜିଲ୍ଲାରେ ପୁଣି ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡା ପୌରପରିଷଦ ଅଞ୍ଚଳରୁ ୧୩ ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ଜଣେ, ଝାରସୁଗୁଡା ବ୍ଲକ ଅଞ୍ଚଳରୁ ୩ ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୭ ଜଣ, ଲଇକେରା ବ୍ଲକ ଅଞ୍ଚଳରୁ ୭ ଜଣ, କୋଲାବିରା ବ୍ଲକ ଅଞ୍ଚଳରୁ ୫ ଜଣ ଓ କିର୍ମିରା ବ୍ଲକରୁ ୪ ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡାର ଆଉ ୨ ଜଣ ବ୍ୟକ୍ତି ବାହର ଜିଲ୍ଲାର ଚିକିତ୍ସାଳୟରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପ୍ରକାଶ ଯୋଗ୍ୟ ଯେ, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୨ ଶହ ୫୭କୁ ପହଞ୍ଚିଥିବା ବେଳେ ୫ ଜାର ୯ଶହ ୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୫ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ୧୩ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।