ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ୪,୨୩୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨,୪୮୫ଜଣ ଓ ସ୍ଥାନୀୟ ସଂକ୍ରମଣ ୧,୭୫୨ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୯୨ ହଜାର ୫୪୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୪୭, କଟକରୁ ୫୭୭, ପୁରୀରୁ ୨୧୯, ଝାରସୁଗୁଡ଼ାରୁ ୨୦୫, ଯାଜପୁରରୁ ୨୦୧, ଜଗତସିଂହପୁରରୁ ୧୭୩, ବାଲେଶ୍ୱରରୁ ୧୬୧ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୮ ଜଣ ରହିଛନ୍ତି।
ଅନ୍ୟପଟେ କରୋନା ଯୋଗୁ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ୪, ମୟୁରଭଞ୍ଜ ଓ ପୁରୀରୁ ୨ ଲେଖାଏଁ, ନୟାଗଡ଼ା, ନୂଆପଡ଼ା, କଟକ, ବାଲେଶ୍ୱର, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୨୯ଲକ୍ଷ ୫ହଜାର ୭୩୧ କରୋନା ଟେଷ୍ଟ ହୋଇଥିବାବେଳେ ୧ଲକ୍ଷ ୯୨ ହଜାର ୫୪୮ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୧ଲକ୍ଷ ୫୩ ହଜାର ୨୧୩ ଜଣ ସୁସ୍ଥ ହୋଇଛନ୍ତି ଓ ୭୩୬ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୮ ହଜାର ୫୪୬ ଜଣ ଚିକିତ୍ସିତ ହେଉଛନ୍ତି।