ରାଜ୍ୟରେ କରୋନା ନେଲା ଆଉ ୪୩ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣର ସଂଖ୍ୟାରେ ଯଥେଷ୍ଟ ସୁଧାର ଆସିଥିବା ବେଳେ ମୃତ୍ୟୁ ସଂଖ୍ୟା ହ୍ରାସ ପାଉନି। ଦୈନିକ ମୃତ୍ୟୁ ସଂଖ୍ୟା ୪୦ ଉପରେ ରହୁଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏଥିସହିତ ମୋଟ ମୃତ୍ୟୁ ସଂଖ୍ୟା ୩,୬୩୩ରେ ପହଞ୍ଚିଛି।

୪୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ବରଗଡ଼ ଓ କଟକରୁ ୫ ଜଣ ଲେଖାଏଁ, ଝାରସୁଗୁଡ଼ା ଓ ପୁରୀରୁ ୪ ଜଣ ଲେଖାଏଁ, ଗଞ୍ଜାମ ଓ କୋରାପୁଟରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ବୌଦ୍ଧ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ରୋଗୀ ପ୍ରାଣ ହରାଇଛନ୍ତି।