ରାଜ୍ୟରେ ୨୪ ଘଣ୍ଟାରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟାରେ କୌଣସି ବ୍ରେକ୍ ଲାଗିପାରିନି। ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ୨୧୦କୁ ବୃଦ୍ଧି ପାଇଛି।

ସେହିପରି ନୂଆ କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଥିବା ବେଳେ ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ ଏବଂ ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।