ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ସଂକ୍ରମଣ ପୁଣି ଅଣାୟତ୍ତ ହୋଇଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଦେଶରେ ଗତ ୨୪ ଘଣ୍ଟାରେ ୪୩,୮୪୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୯୭ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୧୫ ଲକ୍ଷ ୯୯ ହଜାର ୧୩୦ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୭୫୫କୁ ବୃଦ୍ଧି ପାଇଛି। ଅପରପକ୍ଷରେ ଦେଶରେ ଦିନକରେ ଆଉ ୨୨,୯୫୬ ଜଣ ଆରୋଗ୍ୟ ହୋଇଛନ୍ତି। ଏଥିସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୩୦ ହଜାର ୨୮୮ରେ ପହଞ୍ଚିଛି। ବର୍ତ୍ତମାନ ୩ ଲକ୍ଷ ୯ ହଜାର ୮୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।
ସେହିପରି ୪ କୋଟି ୪୬ ଲକ୍ଷ ୩ ହଜାର ୮୪୧ ଜଣଙ୍କୁ ଟିକାକରଣ ସରିଛି।