ଦିନକରେ ଦେଶରୁ ୪୪,୪୮୯ ଆକ୍ରାନ୍ତ ଚିହ୍ନଟ, ୫୨୪ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଗତକାଲି ତୁଳନାରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଆଉ ୪୪,୪୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୫୨୪ ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି।

ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୫ ହଜାର ୨୨୩ରେ ପହଞ୍ଚିଛି। ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ୯୨,୬୬,୭୦୬କୁ ବୃଦ୍ଧି ପାଇଥିବା ବେଳେ ବର୍ତ୍ତମାନ ୪,୫୨,୩୪୪ ଜଣ ସକ୍ରିୟ ଅଛନ୍ତି। ଅନ୍ୟପଟେ ଆଜି ଦେଶରେ ୩୬,୩୬୭ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବାବେଳେ ମୋଟ ୮୬,୭୯,୧୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।