ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ଅର୍ଥାତ ଆକ୍ରାନ୍ତଙ୍କ ସଂଖ୍ୟା ଉପର ତଳ ହେଉଛି। ସେହିପରି ଗତ ୨୪ ଘଣ୍ଟାରେ ୪୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୧୮୯ ଜଣ ଲୋକାଲ୍ କେସ୍ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୫୯ ଜଣ ପଜିଟିଭ ରହିଛନ୍ତି।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୭୮ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧୦ ଲକ୍ଷ ୧୮ ହଜାର ୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।