ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ଯୋଗୁ ଆଉ ୪୫ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୪,୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ବରଗଡ଼, ଭୁବନେଶ୍ୱର ଓ କଟକରୁ ୫ ଲେଖାଏଁ, ଢେଙ୍କାନାଳ ଓ ଖୋର୍ଦ୍ଧାରୁ ୪ ଲେଖାଏଁ, କୋରାପୁଟ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ, ନୟାଗଡ଼ ଓ ପୁରୀରୁ ୨ ଲେଖାଏଁ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ମୃତକ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।