କରୋନାରେ ଚାଲିଗଲା ଆଉ ୪୫ ଆକ୍ରାନ୍ତଙ୍କ ଜୀବନ

ଭୁବନେଶ୍ବର,ଏନ୍ଏନ୍ଏସ୍: କରୋନାର ଦୈନିକ ସଂକ୍ରମଣ କ୍ରମାଗତ ଭାବେ କମିବାର ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ କୌଣସି ନିୟନ୍ତ୍ରଣ ଲାଗିପାରିନି। ଆଜି ୪୫ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ।

ଆଜିର ନୂଆ ମାମଲାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬ ଓ କଟକରୁ ୪ ଜଣ ପ୍ରାଣ ହରାଇଛନ୍ତି।

ସେହିପରି ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସେହିପରି ବାଲେଶ୍ୱର, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।

ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଆଉ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା।