ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନାର ମୃତ୍ୟୁ ତାଣ୍ଡବରେ କୌଣସି ବ୍ରେକ ଲାଗିପାରିନି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା। ସେହିପରି ବରଗଡ଼, କଟକ ଓ ପୁରୀ ଜିଲ୍ଲାରୁ ଆଉ ୫ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।
ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମ, କଳାହାଣ୍ଡି, ମୟୂରଭଞ୍ଜ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣ ଲେଖାଏଁ ଆଖି ବୁଜିଛନ୍ତି। କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁ ସଂଖ୍ୟା ୩ ହଜାର ୭୧୭କୁ ବୃଦ୍ଧି ପାଇଛି।