ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିଲେ ସୁଦ୍ଧା ମୃତ୍ୟୁ ସଂଖ୍ୟାରେ କୌଣସି ବ୍ରେକ ଲାଗୁନି। ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି। ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି। ସେହିପରି ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ହାର ସର୍ବାଧିକ ରହିଛି।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ପ୍ରାଣ ହରାଇଥିବାବେଳେ ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି। ସେହିପରି ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ଅନୁଗୁଳ, ବାଲେଶ୍ୱର, ବରଗଡ଼ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।