ଭୁବନେଶ୍ୱରରେ ୪୬୦ ନୂଆ କରୋନା ପଜିଟିଭ ଚିହ୍ନଟ: ୪୩୫ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଉ ୪୬୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୫ ଓ ସ୍ଥାନୀୟ ସଂକ୍ରମଣ ୨୭୫ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୯୫୨କୁ ବୃଦ୍ଧି ପାଇଛି। ଏଥିସହିତ ୪୩୫ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୯୫୨ ହୋଇଥିବାବେଳେ ୯ ହଜାର ୭୫୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୫୪ ଜଣଙ୍କର ମୃତ୍ୟୁ ଘଟିଛି ଓ ୫,୧୩୦ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।।