ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୪୬୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର। ରାଜ୍ୟରେ ଧୀରେଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୪ ଜଣ ଲୋକାଲ୍‌ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୦ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗିରରୁ ୨ ଜଣ, କଟକରୁ ୩୦ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩୧ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୨୦୧ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୫ ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୬ ଜଣ ଏବଂ ଷ୍ଟେଟପୁଲରୁ ୪୩ ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୨୧ ହଜାର ୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୩୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦ ଲକ୍ଷ ୭ ହଜାର ୬୬୬ ଜଣ ସୁସ୍ଥ ହୋଇଛନ୍ତି।