ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ୪୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୩୪,୨୭୬ରେ ପହଞ୍ଚିଛି।
ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୬ ଜଣ ଲୋକାଲ୍ କେସ୍ ରହିଛନ୍ତି।
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୬ ଜଣ ପଜିଟିଭ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦,୩୪,୨୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।