ଝାରସୁଗୁଡ଼ାରେ ପୁଣି ୪୯ କରୋନା ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡା ଜିଲ୍ଲାରେ ପୁଣି ୪୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୯୭କୁ ବୃଦ୍ଧି ପାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୨୯ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୦ ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୩ ଜଣ, ଲଇକେରା ଓ କୋଲାବିରା ବ୍ଲକ ଅଞ୍ଚଳରୁ ୨ଜଣ ଲେଖାଏଁ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୫ଜଣ ଇନଷ୍ଟିଚ୍ୟୁସନାଲ କ୍ୱାରେଣ୍ଟାଇନରୁ ଓ ୪୧ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ଗୃହ ସଙ୍ଗରୋଧରେ ଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଅନ୍ୟ ୩ଜଣ ଆକ୍ରାନ୍ତ ଅସ୍ଥାୟୀ ରୂପେ ଝାରସୁଗୁଡ଼ାକୁ ଆସିଥିବାବେଳେ ସେମାନେ ଅନ୍ୟ ଜିଲ୍ଲାର ହୋଇଥିବା ଜଣାପଡ଼ିଛି।

ପ୍ରକାଶଯୋଗ୍ୟ ଯେ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୯୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧,୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି, ୪ଜଣଙ୍କର ମୃତ୍ୟୁ ଘଟିଛି ଓ ୮୨୩ ଜଣଙ୍କ ଚିକିତ୍ସା ଜାରି ରହିଛି ।