୧୯ ତାରିଖ ୪ରୁ ୬ଟା ଯାଏଁ ଜଗା ଦର୍ଶନ ବନ୍ଦ

ପୁରୀ,ଏନ୍‌ଏନ୍‌ଏସ୍‌: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଶ୍ରୀମନ୍ଦିର ଗସ୍ତ କରିବେ । ରାଷ୍ଟ୍ରପତି ଅପରାହ୍ନ ୫ଟାରୁ ୫ଟା ୪୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରହିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର କଟକଣା ଜାରି କରାଯାଇଛି । ଏହି କ୍ରମରେ ୧୯ ତାରିଖ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପ୍ରବେଶ ଉପରେ ରୋକ ଲଗାଯାଇଛି । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର ସୂଚନା ଦେଇଛନ୍ତି ।