ରାଜଧାନୀରେ ୫ କରୋନା ପଜିଟିଭ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଉ ୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ଜଣେ ଓ ସ୍ଥାନୀୟ ସଂକ୍ରମଣ ୪ଜଣ ରହିଛନ୍ତି। ଅନ୍ୟପଟେ ୧୦ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୦ ହୋଇଥିବାବେଳେ ୩୧ ହଜାର ୪୬୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୪୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୭୭ ଜଣ ଚିକିତ୍ସିତ ହେଉଛନ୍ତି।