ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି। ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି। ତେବେ ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୫ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୯୨କୁ ବୃଦ୍ଧି ପାଇଛି। ଏଥିରେ ଖୋର୍ଦ୍ଧାରୁ ୨ ଜଣ, ପୁରୀ, ଜଗତସିଂହପୁର, ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।