ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।