ରାଜ୍ୟରେ ଆଖି ବୁଜିଲେ ୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ପ୍ରକୋପ। ମୃତ୍ୟୁ ସଂଖ୍ୟା ବି ନିୟନ୍ତ୍ରଣରେ ରହିଛି। ଏହି ମଧ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୫୫ରେ ପହଞ୍ଚିଛି।

ଏହି ୫ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୩ ଜଣ ଥିବାବେଳେ ଭୁବନେଶ୍ୱରରୁ ଜଣେ ଓ ନୟାଗଡ଼ରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।