ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମିତ ଆଉ ୫ ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହି ମୃତକଙ୍କ ସଂଖ୍ୟାକୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧,୭୪୪ରେ ପହଞ୍ଚିଛି।

ତେବେ ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା ୫ ଜଣଙ୍କ ମଧ୍ୟରେ ୩ ଜଣ ପୁରୀ ଜିଲ୍ଲାର, ଜଣେ ଖୋର୍ଦ୍ଧା ଓ ଜଣେ ଜଗତସିଂହପୁର ଜିଲ୍ଲାର ଅଛନ୍ତି।