ଭୁବନେଶ୍ୱର,ଏନ୍ଏନ୍ଏସ୍: ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସୁଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟାରେ ମଧ୍ୟ କମିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଫଳରେ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୧ ହଜାର ୮୦୭ରେ ପହଞ୍ଚିଛି।
ତେବେ ଏହି ନୂଆ କରୋନା ମୃତକଙ୍କ ଭିତରେ ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ରୁ ଜଣେ ଅଛନ୍ତି।