ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୫ ନୂଆ କରୋନା ଆକ୍ରାନ୍ତ, ୬ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି କରୋନା ଭୟ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ପୁଣି ଆଜି ଭୁବନେଶ୍ୱରରୁ ୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ କରୋନାରୁ ୬ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଜାରି କରାଯାଇଛି।

ସୂଚନା ଅନୁସାରେ ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରର ଓ ୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।

ଏଥିସହିତ ଭୁବନେଶ୍ୱରରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩୧,୯୮୦ରେ ପହଞ୍ଚିଛି। ସେଥିରୁ ୩୧,୬୩୮ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୨୪୮ ଜଣଙ୍କ ମୃତ୍ୟୁ ହୋଇସାରିଛି। ବର୍ତ୍ତମାନ ୭୩ ଜଣ ଚିକିତ୍ସାଧୀନ ଅଛନ୍ତି।