ରାଜଧାନୀରେ ଆଉ ୫ ଆକ୍ରାନ୍ତ : ୬ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ଆଉ ୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ ୬ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୫ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୯୧ ହୋଇଥିବାବେଳେ ୩୧ହଜାର ୭୩୭ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୫୦ଜଣଙ୍କର ମୃତ୍ୟୁ ଘଟିଛି ଓ ୮୩ଜଣ ଚିକିତ୍ସିତ ହେଉଛନ୍ତି।