ରାଜ୍ୟରେ ୫ ହଜାର ପାର ହେଲା କୋଭିଡ ମୃତ୍ୟୁ ସଂଖ୍ୟା: ଦିନକରେ ୬୬ ଆକ୍ରାନ୍ତ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ ଜଣ ରହିଛନ୍ତି। ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ରହିଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୫ ଜଣ ରହିଛନ୍ତି। ବରଗଡ଼, ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଜପତି, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ, ବଲାଙ୍ଗିର, ଜଗତସିଂହପୁର, ଯାଜପୁର, କନ୍ଧମାଳ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।