ରାଜଧାନୀରେ ୫୦ କରୋନାରେ ସଂକ୍ରମିତ: ସ୍ଥାନୀୟ ସଂକ୍ରମଣ ୪୬

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା ରୋଗୀଙ୍କ ସଂଖ୍ୟା ଦିନକୁଦିନ ବଢ଼ି ଚାଲିଥିବାବେଳେ ଭୁବନେଶ୍ୱରରେ ଆଜି ୫୦ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୪ଜଣ ଓ ସ୍ଥାନୀୟ ସଂକ୍ରମଣ ୪୬ଜଣ ରହିଛନ୍ତି। ଅନ୍ୟପଟେ ୧୦ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୫୦ ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୩୧୩ ହୋଇଥିବାବେଳେ ୩୧ହଜାର ୮୬୩ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୭୯ ଜଣ ଚିକିତ୍ସିତ ହେଉଛନ୍ତି।