ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ତଳକୁ ଖସୁଛି କରୋନା ସଂକ୍ରମଣ। ଲକ୍ଷ ଲକ୍ଷ ଟ୍ରେଣ୍ଡ ପରେ ଏବେ କରୋନା ପାରଦ ୬୦ ହଜାର ତଳକୁ ଖସିଛି। ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩୫୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟାରେ ୫୦,୮୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୪ ଘଣ୍ଟା ମଧ୍ୟରେ ୧୩୫୮ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୨୮ ହଜାର ୭୦୯ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୦ ହଜାର ୬୬୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୯ ଲକ୍ଷ ୮୪ ହଜାର ୮୫୫ରେ ପହଞ୍ଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬ ଲକ୍ଷ ୪୩ ହଜାର ୧୯୪।