କରୋନାରେ ଆଖି ବୁଜିଲେ ଆଉ ୫୧

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ଯୋଗୁ ଆଉ ୫୧ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୪,୨୯୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ବରଗଡ଼, ମୟୁରଭଞ୍ଜ, ଢେଙ୍କାନାଳ ଓ ଭୁବନେଶ୍ୱରରୁ ୫ ଲେଖାଏଁ, ଖୋର୍ଦ୍ଧାରୁ ୪ ଲେଖାଏଁ, କଟକ, ନୟାଗଡ଼, ଯାଜପୁର, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର ଓ ଦେଓଗଡ଼ରୁ ୨ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡ଼ା, କେଉଁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।