ଭୁବନେଶ୍ୱରରେ ୫୨ କରୋନା ପଜିଟିଭ ଚିହ୍ନଟ: ସ୍ଥାନୀୟ ସଂକ୍ରମଣ ୪୪

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୫୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୮ଜଣ ଓ ସ୍ଥାନୀୟ ସଂକ୍ରମଣ ୪୪ଜଣ ରହିଛନ୍ତି। ଅନ୍ୟପଟେ ୧୩ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୫୨ ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୫୦୨ ହୋଇଥିବାବେଳେ ୩୧ହଜାର ୯୨୧ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୧୦ ଜଣ ଚିକିତ୍ସିତ ହେଉଛନ୍ତି।