ରାଜଧାନୀରେ ୫୨ ନୂଆ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୩୦,୧୭୯କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୫୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨ଜଣ ଓ ସ୍ଥାନୀୟ ସଂକ୍ରମଣ ୩୦ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଆଜି ଚିହ୍ନଟ ହୋଇଥିବା ୫୨ ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୧୭୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୯ ହଜାର ୨୯୪ ଜଣ ସୁସ୍ଥ ହୋଇଛନ୍ତି, ୧୯୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୬୬୭ ଜଣ ଚିକିତ୍ସିତ ହେଉଛନ୍ତି।