ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୫୨୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୩୩,୮୦୯ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୧୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୫ ଜଣ ରହିଛନ୍ତି।

ଏଥି ସହିତ ରାଜ୍ୟରେ ବର୍ତ୍ତମାନ ୫,୩୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦,୨୦,୧୬୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୨,୦୮,୯୨,୨୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି।