ରାଜ୍ୟରେ ଆଉ ୫୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରେ,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୫୩ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୦ ଜଣ, ଯାଜପୁରରୁ ୧୮ଜଣ, ଖୋର୍ଦ୍ଧାରୁ ୩ ଜଣ ଓ କେଉଁଝର ଜିଲ୍ଲାରୁ ୨ଜଣ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫୫୦ରେ ପହଂଚିଥିବାକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ସୂଚନା ଜାରି କରାଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩୩୬ ହୋଇଥିବାବେଳେ ୫୫୦ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୭୭୯ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।।