୧୭ ଜିଲ୍ଲାରୁ ୫୩ କରୋନା ପଜିଟିଭ ଚିହ୍ନଟ: ୧ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୫୩ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧ଜଣ ଓ ସ୍ଥାନୀୟ ସଂକ୍ରମଣ ୨୨ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୬ହଜାର ୫୧୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୭, ଝାରସୁଗୁଡ଼ାରୁ ୫, ବରଗଡ଼ ଓ ଯାଜପୁରରୁ ୪ ଲେଖାଏଁ, କଟକ, ଖୋର୍ଦ୍ଧା, କୋରାପୁଟ ଓ ନୂଆପଡ଼ାରୁ ୩ ଲେଖାଏଁ, ଭଦ୍ରକ ଓ ପୁରୀରୁ ୨ ଲେଖାଏଁ, ବାଲେଶ୍ୱର, ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି, ରାୟଗଡ଼ା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି।

ଅନ୍ୟପଟେ ଭୁବନେଶ୍ୱରର ଜଣେ ୭୪ ବର୍ଷୀୟ ବୃଦ୍ଧ ପ୍ରାଣ ହରାଇଛନ୍ତି। ସେ କରୋନା ବ୍ୟତୀତ ମଧୁମେହ, ଉଚ୍ଚ ରକ୍ତଚାପ ଓ କିଡ଼ନୀ ଜନିତ ସମସ୍ୟାରେ ପୀଡ଼ିତ ଥିଲେ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୧ଲକ୍ଷ ୨୩ହଜାର ୨୩୫ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୬ ହଜାର ୫୧୩ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୩ହଜାର ୮୮୮ଜଣ ସୁସ୍ଥ ହୋଇଛନ୍ତି, ୧୯୧୪ଜଣଙ୍କର ମୃତ୍ୟୁ ଘଟିଛି ଓ ୬୫୮ ଜଣ ଚିକିତ୍ସିତ ହେଉଛନ୍ତି।