ଦେଶରେ ଗତ ୨୪ ଘଣ୍ଟାରେ ୫୩,୪୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ୩୫୪ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଦିନକରେ ଆଉ ୫୩,୪୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ୪୧,୨୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୫୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ସୂଚନା ମୁତାବକ ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୨୧ ଲକ୍ଷ ୪୯ ହଜାର ୩୩୫ରେ ପହଞ୍ଚିଛି। ସେହିପରି ୧ କୋଟି ୧୪ ଲକ୍ଷ ୩୪ ହଜାର ୩୦୧ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ଓ ୧ ଲକ୍ଷ ୬୨ ହଜାର ୪୬୮ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଦେଶରେ ୫ ଲକ୍ଷ ୫୨ ହଜାର ୫୬୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ଦେଶରେ ଆଜି ସୁଦ୍ଧା ୬ କୋଟି ୩୦ ଲକ୍ଷ ୫୪ ହଜାର ୩୫୩ ଜଣ କରୋନା ଟିକା ନେଇସାରିଲେଣି।