୨୪ ଘଣ୍ଟାରେ ୫୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ୨୪ ଘଣ୍ଟାରେ ୫୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୩୨ଜଣ ଓ ସ୍ଥାନୀୟ ସଂକ୍ରମଣ ୨୨ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୭ହଜାର ୬୭୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରରୁ ସର୍ବାଧିକ ୧୦, ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ୭ ଲେଖାଏଁ, ଖୋର୍ଦ୍ଧାରୁ ୬, ଯାଜପୁରରୁ ୫, କଟକ ଓ ମୟୁରଭଞ୍ଜରୁ ୩ ଲେଖାଏଁ, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା ଓ ଷ୍ଟେଟପୋଲରୁ ୨ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଦେଓଗଡ଼, ଢେଙ୍କାନାଳ ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୪ଲକ୍ଷ ୫୧ହଜାର ୩୯୬ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୭ହଜାର ୬୭୪ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୪ହଜାର ୯୦୨ଜଣ ସୁସ୍ଥ ହୋଇଛନ୍ତି, ୧୯୧୭ଜଣଙ୍କର ମୃତ୍ୟୁ ଘଟିଛି ଓ ୮୦୨ ଜଣ ଚିକିତ୍ସିତ ହେଉଛନ୍ତି।