ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କମିବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୩୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୩୨ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ ବୟସର ରହିଛନ୍ତି ୧୦ ଜଣ।
ବାଲେଶ୍ୱରରୁ ୩, ବଲାଙ୍ଗିରରୁ ୯, କଟକରୁ ୪, ଦେବଗଡରୁ ୧, ଗଜପତିରୁ ୬, ଗଞ୍ଜାମରୁ ୨, ଯାଜପୁରରୁ ୫, ଖୋର୍ଦ୍ଧାରୁ ୬, କୋରାପୁଟରୁ ୧, ମୟୂରଭଞ୍ଜରୁ ୨, ନୟାଗଡରୁ ୧, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୮ ଓ ଷ୍ଟେଟ ପୁଲରୁ ଜଣେ ରହିଛନ୍ତି।
ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୭,୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨,୭୭,୭୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩,୦୪,୦୬,୧୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି।