ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହି ପରିପ୍ରେକ୍ଷୀରେ ପୁଣି ଆଜି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଫଳରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଲକ୍ଷ ପାର ହୋଇଛି। ଗତ ୨୪ ଘଣ୍ଟାରେ ୫୫,୦୭୮ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୭୯ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
ଦେଶରେ ବର୍ତ୍ତମାନ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଲକ୍ଷ ୩୮ ହଜାର ୮୭୧ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୩୫ ହଜାର ୭୪୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦ ଲକ୍ଷ ୫୭ ହଜାର ୮୦୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୫ ଲକ୍ଷ ୪୫ ହଜାର ୩୧୮ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।