ରାଜ୍ୟରେ ସୁସ୍ଥ ହେଲେ ସର୍ବାଧିକ ୫୬୫: ସଂଖ୍ୟା ୭,୯୭୩କୁ ବୃଦ୍ଧି

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଜି ସର୍ବାଧିକ ୫୬୫ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୭,୯୭୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୧୮୫, ରାୟଗଡ଼ାରୁ ୮୫, ବଲାଙ୍ଗିରରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡ଼ ଓ ସୁନ୍ଦରଗଡ଼ରୁ ୨୪ ଲେଖାଏଁ, ଅନୁଗୁଳରୁ ୨୩, ବାଲେଶ୍ୱର ଓ ଜଗତସିଂହପୁରରୁ ୧୭ ଲେଖାଏଁ , ଖୋର୍ଦ୍ଧାରୁ ୧୫, ଯାଜପୁର ଜିଲ୍ଲାରୁ ୧୦ଜଣ ରହିଛନ୍ତି। ସେହିପରି କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ନବରଙ୍ଗପୁରରୁ ୮ ଲେଖାଏଁ, ମୟୁରଭଞ୍ଜରୁ ୭, ଭଦ୍ରକରୁ ୪, ପୁରୀରୁ ୩, ଢେଙ୍କାନାଳ ଓ କେଉଁଝରରୁ ୨ ଲେଖାଏଁ, ବୌଦ୍ଧ, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୯୫୬ ହୋଇଥିବାବେଳେ ୭,୯୭୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୫୬ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୯୨୭ ଜଣ ଚିକିତ୍ସିତ ହେଉଛନ୍ତି।